ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

24

ଭୁବନେଶ୍ୱର: ରାଜ୍ୟ ବିଜେପି ସରକାର ଗୁରୁବାର ଆଇଏଏସସ୍ତରରେ ଅଦଳବଦଳ କରିଛନ୍ତି । ତଦନୁସାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି । ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଅରିନ୍ଦମ ଡାକୁଆଙ୍କୁ ପୌର ପ୍ରଶାସକଭାବେ ବଦଳି କରାଯାଇଛି । ପୌର ପ୍ରଶାସକ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବଭାବେ ତାଙ୍କୁ ଦାୟିତ୍ୱ ଦିଆଯାଇଛି ।   ସେହିପରି ସାଧାରଣ ଉଦ୍ୟୋଗ ବିଭାଗର ପ୍ରମୁଖ ସଚିବ ହେଲେ  ଏନବିଏସ ରାଜପୁତ । ଟି.ଆଓ ହେଲେ ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ । ଭୂପେନ୍ଦ୍ର ସିଂ ପୁନିଆଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।  ପ୍ରେମଚନ୍ଦ୍ର ଚୌଧୁରୀ ହେଲେ ବୟନ ଶିଳ୍ପ ଓ ହସ୍ତତନ୍ତ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି କରାଯାଇଛି।

Comments are closed, but trackbacks and pingbacks are open.