ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି: ଉଛୁଳୁଛି ବଡ଼ଦାଣ୍ଡ

320

ଭୁବନେଶ୍ବର, ପୁରୀ ଶ୍ରୀକ୍ଷେତ୍ରରେ ରଥଯାତ୍ରାର ପରଂପରା କାହିଁ କେଉଁ କାଳରୁ ପାଳିତ ହୋଇ ଆସୁଛି। ଏହାର ପ୍ରମାଣ ବିଭିନ୍ନ ସମୟରେ ଐତିହାସିକମାନେ ବର୍ଣ୍ଣନା କରିଛନ୍ତି। ସେହିପରି ବହୁ ପ୍ରାଚୀନ ପୁରାଣରେ ମଧ୍ୟ ପ୍ରଭୃ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ବର୍ଣ୍ଣନା ମଧ୍ୟ ରହିଛି। ସେଗୁଡିକ ମଧ୍ୟରେ ରହିଛି ବ୍ରହ୍ମ ପୁରାଣ, ନାରଦ ପୁରାଣ, ନୀଳାଦ୍ରି ମହୋଦୟ, କପିଳ ସଂହିତା, ଜଗନ୍ନାଥ ପୁରାଣ, ଯାତ୍ରା ଭାଗବତ, ପଦ୍ମପୁରାଣ, ଚୈତନ୍ୟ ଚରିତାମୃତ, ବାମଦେବ ସଂହିତା ଏବଂ ଶାରଦା ପୁରାଣ ପରି ଅସଂଖ ପୁରାଣ ପୋଥୀରେ ଏହାର ବର୍ଣ୍ଣନା ରହିଛି। ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଜଗା ପାଇଁ ଜନସମୁଦ୍ର ହୋଇଛି ବଡ଼ଦାଣ୍ଡ। କାଳିଆ ପ୍ରେମରେ ଭିଜୁଛନ୍ତି ଭକ୍ତ । କାଳିଆର ଗୁଣ୍ଡିଚା ଯାତ ଦେଖିବାକୁ କାହିଁ କେତେ ଦୂରରୁ ଧାଇଁ ଆସିଛନ୍ତି ଭକ୍ତ । ଏହାମଧରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଧାଡ଼ି ପହଣ୍ଡିରେ ଆସି ନନ୍ଦିଘୋଷ ରଥରେ ବିରାଜମାନ କରିଛନ୍ତି। ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ବଳଭଦ୍ର ରଥାରୂଢ଼ ହୋଇଥିଲେ।  ଦେବୀ ସୁଭଦ୍ରାଙ୍କ ରଥାରୂଢ଼ ପରେ ଶେଷରେ ରଥାରୂଢ଼ ହୋଇଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ଏନେଇ ଶଙ୍ଖ, ଘଣ୍ଟ, ହରିବୋଲରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ।

Comments are closed, but trackbacks and pingbacks are open.