ପ୍ରମୋଦ ଭଗତଙ୍କ ପାଇଁ ୨ କୋଟି ଟଙ୍କାର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

474

ଭୁବନେଶ୍ବର: ଓଡ଼ିଶା ପାଇଁ ପୁଣି ଥରେ ଗୌରବ ଆଣିଛନ୍ତି ସୁନା ପୁଅ ପ୍ରମୋଦ ଭଗତ I ପାରା ଏସିଆନ ଗେମ୍ସ ବ୍ୟାଡମିଣ୍ଟନ ସିଙ୍ଗିଲ୍ସରେ ପ୍ରମୋଦ ଜିତିଛନ୍ତି ସ୍ବର୍ଣ୍ଣ ପଦକ । ପାରା ଏସୀୟ କ୍ରୀଡ଼ା ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ସ୍ବର୍ଣ୍ଣପଦକ ଜିତିଥିବା ପ୍ରମୋଦଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବନୀ ପଟ୍ଟନାୟକ ୨ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି। ପ୍ରମୋଦଙ୍କ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରମୋଦ ଭଗତ ହେଉଛନ୍ତି ସର୍ବୋତ୍ତମ ପ୍ରତିଯୋଗୀମାନଙ୍କ ମଧ୍ୟରୁ ଜଣେ। ସେ ୨୦୨୪ ପ୍ୟାରୀସ ପାରା ଅଲମ୍ପିକ୍ସ ଗେମ୍ସରେ ମଧ୍ୟ ଆମ ସମସ୍ତଙ୍କୁ ଗର୍ବିତ କରିବେ ବୋଲି ମୁଁ ନିଶ୍ଚିତ। ୨୦୨୪ ପ୍ୟାରୀସ ପାରା ଅଲିମ୍ପିକ୍ସ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରମୋଦଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।

ଆଜି ପ୍ରମୋଦ ଭଗତ ପୁରୁଷ ଏକକ ଫାଇନାଲରେ ଏସ୍‌ଏଲ୍୩ ବର୍ଗରେ ଅନ୍ୟତମ ଭାରତୀୟ ପ୍ରତିଯୋଗୀ ନୀତେଶ କୁମାରଙ୍କୁ ୨୨-୨୦, ୧୮-୨୧ ଓ ୨୧-୧୯ରେ ପରାସ୍ତ କରି ସ୍ୱର୍ଣ୍ଣ ପଦକ ଜିତିଥିଲେ। ପୂର୍ବରୁ ସେ ମିଶ୍ରିତ ଯୁଗଳରେ କାଂସ୍ୟ ଓ ଯୁଗଳରେ ମଧ୍ୟ କାଂସ୍ୟ ପଦକ ହାସଲ କରିଥିଲେ । ପ୍ରଥମ ଥର ପାଇଁ ପାରା ଏସିଆନ ଗେମ୍ସରେ ୩ଟି ପଦକ ହାସଲ କରିଛନ୍ତି ପ୍ରମୋଦ। ୨୦୧୪ ରେ ଏକକରେ କାଂସ୍ୟ ପଦକ ହାସଲ କରିଥିଲେ । ୨୦୧୮ରେ ଏକକରେ ସ୍ବର୍ଣ୍ଣ ଓ ଯୁଗଳରେ କାଂସ୍ୟ ପଦକ ହାସଲ କରିଥିଲେ ପ୍ରମୋଦ । 

Comments are closed, but trackbacks and pingbacks are open.