ଭୁବନେଶ୍ୱର: ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ତଥା ଜନନାୟକ ଉତ୍କଳ କେଶରୀ ଡଃ ହରେକୃଷ୍ଣ ମହତାବଙ୍କ ୧୨୬ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ଆଜି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପ ଠାରେ ଆୟୋଜିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଥିଲେ ଯେ, ଡକ୍ଟର ହରେକୃଷ୍ଣ ମହତାବ ଓଡ଼ିଶାବାସୀଙ୍କ ପାଇଁ କେବଳ ଏକ ନାମ ନୁହେଁ, ଏହା ବିକାଶ ପାଇଁ ଏକ ଚିନ୍ତାଧାରା ଓ ପ୍ରେରଣା। ସୂଚନା ଯୋଗ୍ୟ ଯେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଡ଼. ହରେକୃଷ୍ଣ ମହତାବଙ୍କ ଜୀବନୀକୁ ଆଧାର କରି ଏକ ଫଟୋଚିତ୍ର ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା ଏବଂ ଡଃ ହରେକୃଷ୍ଣ ମହତାବ ସ୍ମାରକୀ ବକ୍ତୃତା ପ୍ରତଯୋଗୀତାର କୃତୀ ପ୍ରତିଯୋଗୀଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ‘ମହତାବ ଓ ପ୍ରଜାତନ୍ତ୍ର ସମ୍ପାଦକୀୟ’, ‘ମହତାବ ଜୟନ୍ତୀ ସ୍ମାରକୀ ୨୦୨୫’, ‘ହରେକୃଷ୍ଣ ମହତାବ’, ‘ମହତାବ ଜୟନ୍ତୀ ସ୍ମାରକୀ’ ପୁସ୍ତକ ମଧ୍ୟ ଉନ୍ମୋଚନ କରିଥିଲେ।
Comments are closed, but trackbacks and pingbacks are open.