ରେଳରେ କଟି ୬ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

19

ଭୁବନେଶ୍ବର: ଆଜି ଅପରାହ୍ନରେ ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତ॥  ଏହି ଦୁର୍ଘଟଣାରେ ଆହତ ଦୁଇ ଜଣ ଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Comments are closed, but trackbacks and pingbacks are open.