ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

162

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି । ପରେ ନବୀନ ଓ ମୋଦୀଙ୍କ ମଧ୍ୟରେ ୩୦ ମିନିଟର ଆଲୋଚନା ହୋଇଥିଲା। ମୋଦୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇ କହିଛନ୍ତି “କରୋନା ପାଇଁ ପ୍ରଧାନ ମନ୍ତ୍ରୀଙ୍କ ସହିତ ଭେଟ ହୋଇ ପାରିନଥିଲା। ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସହିତ ଆଲୋଚନା ହୋଇଛି । ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀଙ୍କୁ ମୁଁ ସହାୟତା ମାଗିଛି ।ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ଥିଲା। ରାଷ୍ଟ୍ରପତି ନିର୍ବାଚନ ନେଇ କୌଣସି ଆଲୋଚନା ହୋଇନି”। ଆଉ କିଛି ସମୟ ପରେ ମୁଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବି ।

ସୂଚନା ଥାଉକି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନଙ୍କ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟା ୬: ୩୦ ରେ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହେବ। ରାଜ୍ଯର ବିଭିନ୍ନ ପ୍ରସଙ୍ଗକୁ ନେଇ ଅମିତ ଶାହଙ୍କ ସହିତ ଆଲୋଚନା କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed, but trackbacks and pingbacks are open.