ଆଜିଠାରୁ ଜାପାନ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

43

ଆଜିଠାରୁ ଆରମ୍ଭ ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜାପାନ ଗସ୍ତ । ମୁଖ୍ୟମନ୍ତ୍ରୀ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ଜାପାନ ଗସ୍ତରେ ଯିବେ । ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ଟୋକିଓରେ ପୁଞ୍ଜି ନିବେଶକ ସମ୍ମିଳନୀରେ ଯୋଗ ଦେବା ସହ କ୍ବୋଟୋ ଓ ଓସାକା ଭଳି ମହାନଗରୀ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଭାଗ ନେବେ । ମୁଖ୍ୟମନ୍ତ୍ରୀ କିଛି ସରକାରୀ ଓ ବ୍ୟାବସାୟିକ ବୈଠକରେ ଭାଗ ନେବେ । ଓଡ଼ିଶାରେ ଜାପାନୀ ପୁଞ୍ଜିନିବେଶ ସଂପର୍କରେ ବିଭିନ୍ନ ଉଦ୍ୟୋଗୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ଓଡ଼ିଶାରେ ଜାପାନର ବଡ଼ ବଡ଼ କମ୍ପାନୀ କିପରି ପୁଞ୍ଜିନିବେଶ କରିବେ ସେ ନେଇ ଗୁରୁତ୍ବ ଦିଆଯିବ । ବିଶେଷ କରି ମେଟାଲ, ଖାଦ୍ୟ ପ୍ରକ୍ରିୟାକରଣ, ଆଇଟି କ୍ଷେତ୍ରକୁ ଫୋକସ କରିବେ ମୁଖ୍ୟମନ୍ତ୍ରୀ । ଜାପାନରୁ ଓଡ଼ିଶାକୁ ଏସବୁ କ୍ଷେତ୍ରରେ ଅଧିକ ପୁଞ୍ଜି ଆଣିବାକୁ ନିବେଶକାରୀଙ୍କ ସହ ୱାନ ଟୁ ୱାନ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଉଲ୍ଲେଖଥାଉ କି, ରୋମ ,ଦୁବାଇ ପରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଜି ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତ କରି ନିବେଶ ସମ୍ମିଳନୀରେ ସାମିଲ ହେବା ସହ ରୋଡ୍ ଶୋ’ କରିବେ । ଦୁବାଇରୁ ୨୧ ହଜାର କୋଟି ଟଙ୍କାର ପୁଞ୍ଜି ଆସିବା ପରେ ଜାପାନରୁ ଅଧିକ ପୁଞ୍ଜି ଆଣିବା ପାଇଁ ପ୍ଲାନ୍ ରହିଛି । ଜାପାନର ବିଭିନ୍ନ ମେଟାଲ, ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍ ସହ ଆଇଟି ସେକ୍ଟର ପରିଦର୍ଶନ କରିବେ ଶିଳ୍ପ ବିଭାଗର ଟିମ୍ । ନୂଆ ଶିଳ୍ପନୀତି ଓ ଶିଳ୍ପାୟନ ପାଇଁ ରାଜ୍ୟ ସରକାର ଯୋଗାଇ ଥିବା ୱାନ ପ୍ଲସ ସୁବିଧା ସମ୍ପର୍କରେ ନିବେଶକାରୀଙ୍କୁ ବୁଝାଇବେ ମୁଖ୍ୟମନ୍ତ୍ରୀ । ଏବେ ଜାପାନର ୫୨ଟି କମ୍ପାନୀ ରାଜ୍ୟର ବିଭିନ୍ନ ସେକ୍ଟରରେ ବାଣିଜ୍ୟ କାରବାର କରୁଛନ୍ତି । ଆଗକୁ ଏହି ଧାରା ଅଧିକ ତ୍ବରାନ୍ବିତ ହେବ ବୋଲି ରାଜ୍ୟ ସରକାର ଆଶା ରହିଛନ୍ତି ।

Comments are closed, but trackbacks and pingbacks are open.