ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହେଲ ମୁଖ୍ୟମନ୍ତ୍ରୀ ନବୀନ

40

ଭୁବନେଶ୍ୱର:୦୪-୦୯(ପି.ଏନ.ଏ):ଉଲ୍ଲେଖନୀୟ ନେତୃତ୍ବ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୀବନ ବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଛନ୍ତି I ନୂଆଦିଲ୍ଲୀର କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ତରଫରୁ ନବୀନ ପଟ୍ଟନାୟକଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନବିଚାରପତି ଏନ୍. ଭି. ରମନ୍ନାଙ୍କ ହାତରୁ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଛନ୍ତି ନବୀନ ପଟ୍ଟନାୟକ।

ଦୀର୍ଘ ଦୁଇ ଦଶନ୍ଧି ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଅନନ୍ୟ ନେତୃତ୍ୱ ଦ୍ୱାରା ଓଡ଼ିଶାକୁ ବିଶ୍ୱ ଦରବାରରେ ଏକ ନୂଆ ପରିଚୟ ପ୍ରଦାନ କରିଛନ୍ତି। ଖାଦ୍ୟ ସୁରକ୍ଷାଠାରୁ ଆରମ୍ଭ କରି ବିପର୍ଯ୍ୟୟ ପରିଚାଳନା, କ୍ରୀଡ଼ାର ବିକାଶ, ମହିଳା ସଶକ୍ତିକରଣ କ୍ଷେତ୍ରରେ ଓଡ଼ିଶା ଅନ୍ୟମାନଙ୍କ ପାଇଁ ଉଦାହରଣୀୟ ହୋଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର ବହୁ ପ୍ରତିଷ୍ଠିତ ସଂସ୍ଥା ପକ୍ଷରୁ ପୂର୍ବରୁ ସମ୍ମାନିତ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଏହି ପୁରସ୍କାର ଓଡ଼ିଶାବାସୀଙ୍କ ଲାଗି ଉତ୍ସର୍ଗୀକୃତ। ମୋ ପ୍ରତି ଥିବା ସେମାନଙ୍କ ବିଶ୍ୱାସ, ବଡ଼ ପ୍ରେରଣା ଆଣିଦେଇଛି।ଓଡ଼ିଶାକୁ ସଶକ୍ତିକରଣ ପାଇଁ କାମ କରିବାକୁ ଉତ୍ସାହ ଯୋଗାଇଛି।’ ଏହି କାର୍ଯ୍ୟକ୍ରମରେ ଜଷ୍ଟିସ ଏ.କେ.ତ୍ରିପାଠୀ ଅଧ୍ୟକ୍ଷତା କରିଥିଲେ। ଆସନ୍ତା ମଙ୍ଗଳବାର ଦିଲ୍ଲୀରୁ ଫେରିବେ ମୁଖ୍ୟମନ୍ତ୍ରୀ। ସେପଟେ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ତରଫରୁ ସମ୍ମାନ ପାଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଦେବାକୁ ବିଜେଡି ବ୍ୟାପକ ଆୟୋଜନ କରିଛି।

Comments are closed, but trackbacks and pingbacks are open.