ଓଡ଼ିଶା: ଆଜି ପବିତ୍ର ରଥଯାତ୍ରା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀ ସମେତ ଦେଶବାସୀଙ୍କୁ ରଥଯାତ୍ରା ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ବିଟ କରି ଲେଖିଛନ୍ତି, ‘ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି। ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ।’
ପ୍ରଧାନମନ୍ତ୍ରୀ ମୋଦୀ ଟ୍ୱିଟ କରି କହିଛନ୍ତି, ‘ପବିତ୍ର ରଥଯାତ୍ରାର ଅନେକ ଶୁଭେଚ୍ଛା। ବିଶ୍ୱରେ ରଥଯାତ୍ରାର ଏକ ସ୍ୱତନ୍ତ୍ର ପରିଚୟ ରହିଛି। ଆଜି ଆମ ଦେଶର ବିଭିନ୍ନ ସ୍ଥାନରେ ପବିତ୍ର ରଥଯାତ୍ରା ପାଳିତ ହେଉଛି। ମାହାପ୍ରଭୁ ଶ୍ରୀ ଜଗନ୍ନାଥ ସମସ୍ତଙ୍କ ଜୀବନରେ ଆନନ୍ଦ ଭରି ଦିଅନ୍ତୁ। ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କ ସୁସ୍ଥ ଜୀବନ କାମନା କରୁଛି।’
ପବିତ୍ର ରଥଯାତ୍ରା ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟ୍ବିଟ କରି ଲେଖିଛନ୍ତି, ‘ମହାପ୍ରଭୁଙ୍କ ରଥଯାତ୍ରାରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ମୁଁ ମହାପ୍ରଭୁଙ୍କୁ ପ୍ରାର୍ଥନା କରୁଛି ଯେ ଏହି ପବିତ୍ର ରଥଯାତ୍ରା ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ସମୃଦ୍ଧିରେ ପରିପୂର୍ଣ୍ଣ ହୋଇଉଠୁ।’
Comments are closed, but trackbacks and pingbacks are open.