ଭୁବନେଶ୍ୱର: ନୂଆବର୍ଷରେ ଛାତ୍ରୀଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଭେଟି ଦେବାକୁ ଯାଉଛନ୍ତି। ମାଧୋ ସିଂ ହାତଖର୍ଚ୍ଚ ଯୋଜନା ଶୁଭାରମ୍ଭ ହେବ। ଜନଜାତି ଛାତ୍ରୀଛାତ୍ରଙ୍କୁ ମିଳିବ ୫ ହଜାର ଟଙ୍କା ମିଳିବ। ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀ ଏହି ଯୋଜନାର ଶୁଭାରମ୍ଭ କରିବେ । ଆଦିବାସୀ ପିଲାଙ୍କ ଡ୍ରପ ଆଉଟକୁ ନେଇ ମୋହନ ସରକାର ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା ଆଣିଛନ୍ତି। ଏଥିରେ ଆଦିବାସୀ ପିଲାଙ୍କୁ ପ୍ରୋତ୍ସାହନ ରାଶି ମିଳିବ। ବଜେଟରେ ଏହାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହି ଯୋଜନା ଅଧୀନରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଜନଜାତି ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି ଯା ଏହି ଯୋଜନାରେ ଜନଜାତି ଛାତ୍ରୀଛାତ୍ର ଉପକୃତ ହେବେ ଏବଂ ଆଗ୍ରହରେ ସ୍କୁଲ ପିଲା ଯିବେ।
Comments are closed, but trackbacks and pingbacks are open.