ସୋନପୁର ଦୁର୍ଘଟଣାରେ ୩ ଛାତ୍ରଙ୍କ ମୃତ୍ୟୁ ଘଟଣାରେ
ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

16

ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ଓ ୫୦ ହଜାର ଟଙ୍କା ଲେଖାଏ ସହାୟତା ଘୋଷଣା

ସୋନପୁରର ସଦର ବ୍ଲକ୍‌ର ଶରଧାବାଲି ସ୍କୁଲଠାରେ କାର୍‌ ଦୁର୍ଘଟଣାରେ ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି I ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି I
ଏହାସହିତ ଆହତ ଛାତ୍ର ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ମଧ୍ୟ ଘୋଷଣା କରିଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Comments are closed, but trackbacks and pingbacks are open.