ଅଗଷ୍ଟ  ୧୧ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

310

ଭୁବନେଶ୍ବର: ଆସନ୍ତା ସୋମବାର ଅଗଷ୍ଟ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।  ମାନ୍ୟବର ମୁଖ୍ୟମନ୍ତ୍ରୀ ସେଦିନ  ପୂର୍ବାହ୍ନ ୧୧  ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି  କରିବେ ।  ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ  ଅଗଷ୍ଟ ୬ ତାରିଖ ପୂର୍ବାହ୍ନ ୧୧ ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ ।

Comments are closed, but trackbacks and pingbacks are open.