ରାଜ୍ୟରୁ ହଟିବେ ଶିଶୁ ଭିକ୍ଷକ

38

ରାଜ୍ୟର ବିଭିନ୍ନ ସହରରେ ଶିଶୁ ଭିକ୍ଷାବୃତ୍ତିକୁ ସମ୍ପୂର୍ଣ୍ଣ ରୂପେ ରୋକିବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (OSCPCR) ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଟ୍ରାଫିକ ଛକ, ବସଷ୍ଟାଣ୍ଡ ଏବଂ ସର୍ବସାଧାରଣ ସ୍ଥାନରୁ ଶିଶୁମାନଙ୍କୁ ଉଦ୍ଧାର କରିବା ପାଇଁ ଆୟୋଗର ଅଧ୍ୟକ୍ଷା ବବିତା ପାତ୍ର ସମସ୍ତ ଜିଲ୍ଲାପାଳ, ପୋଲିସ ଅଧିକ୍ଷକ ଓ ପୌର କମିଶନରଙ୍କୁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଶିଶୁ ଭିକ୍ଷାବୃତ୍ତିର ସମ୍ପୂର୍ଣ୍ଣ ଉନ୍ମୂଳନ ପାଇଁ ପ୍ରତି ଜିଲ୍ଲାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ‘ଜିଲ୍ଲା ଟାସ୍କ ଫୋର୍ସ’ ଗଠନ କରାଯିବ । ଏହି ଟିମ୍‌ରେ ପୋଲିସ ଅଧିକ୍ଷକ, ପୌର କମିଶନର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଏବଂ ଶ୍ରମ ଅଧିକାରୀ ପ୍ରମୁଖ ସଦସ୍ୟ ରହିବେ । ଏହି ଟାସ୍କ ଫୋର୍ସ ନିୟମିତ ଭାବେ ଚଢ଼ାଉ କରି ଭିକ୍ଷାବୃତ୍ତିରେ ନିୟୋଜିତ ଶିଶୁମାନଙ୍କୁ ଉଦ୍ଧାର କରିବା ସହ ସେମାନଙ୍କର ଥଇଥାନ ପାଇଁ ବ୍ୟବସ୍ଥା କରିବେ । ଉଦ୍ଧାର ହୋଇଥିବା ଶିଶୁମାନଙ୍କୁ ତୁରନ୍ତ ଶିଶୁ ମଙ୍ଗଳ କମିଟି ନିକଟରେ ହାଜର କରାଯାଇ ସେମାନଙ୍କୁ ଶିଶୁ ଯତ୍ନ କେନ୍ଦ୍ରରେ ରଖାଯିବ । ସେଠାରେ ସେମାନଙ୍କୁ ମାଗଣା ଶିକ୍ଷା, ସ୍ୱାସ୍ଥ୍ୟସେବା ଏବଂ କାଉନସେଲିଂ ପ୍ରଦାନ କରାଯିବ ।ଯେଉଁ ବ୍ୟକ୍ତି ବା ଗୋଷ୍ଠୀ ଶିଶୁମାନଙ୍କୁ ଜବରଦସ୍ତି ଭିକ୍ଷାବୃତ୍ତିରେ ନିୟୋଜିତ କରୁଛନ୍ତି, ସେହିଭଳି ଦଲାଲଙ୍କ ବିରୋଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। 

Comments are closed, but trackbacks and pingbacks are open.