ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ସିଏଚଏସଇ ଦ୍ୱାଦଶ ଶ୍ରେଣୀ (ଯୁକ୍ତ୨) ପରୀକ୍ଷା ଫଳ l ଗୋଟିଏ ସମୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ବାହାରିବ। ଅପରାହ୍ଣ ୪ଟାରେ ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସଚିବ ଶାଳିନୀ ପଣ୍ଡିତ, ପରିଷଦ ଅଧ୍ୟକ୍ଷ ମୃଣାଳକାନ୍ତି ଦାସ, ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ାଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ପରୀକ୍ଷାଫଳ ପୁସ୍ତିକା ଉନ୍ମୋଚନ କରିବେ। ଏହାର ଘଣ୍ଟାକ ପରେ ଅର୍ଥାତ୍ ଅପରାହ୍ଣ ୫ଟା ବେଳକୁ ପରୀକ୍ଷାର୍ଥୀ https://results.odisha.gov.in କିମ୍ବା https://results.digilocker.gov.in ମାଧ୍ୟମରେ ସେମାନଙ୍କ ଫଳ ଜାଣିପାରିବେ।
ସୂଚନା ଅନୁଯାଇ ଚଳିତ ବର୍ଷ ୩ଲକ୍ଷ ୯୩ହଜାର ଛାତ୍ରଛାତ୍ରୀ ଯୁକ୍ତ୨ ପରୀକ୍ଷା ଦେଇଛନ୍ତି। ସେମାନଙ୍କ ମଧ୍ୟରେ କଳା ବିଭାଗରେ ୨ଲକ୍ଷ ୪୭ ହଜାର, ବିଜ୍ଞାନରେ ୧ ଲକ୍ଷ ୧୪ ହଜାର, ବାଣିଜ୍ୟରେ ୨୫ହଜାର ଓ ଧନ୍ଦାମୂଳକରେ ୫ହଜାର ଛାତ୍ରଛାତ୍ରୀ ରହିଛନ୍ତି।
Comments are closed, but trackbacks and pingbacks are open.