ମୃତ ଛାତ୍ରୀଙ୍କ ପାଇଁ ୨୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

126

ଭୁବନେଶ୍ବର: ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଖ୍ୟମନ୍ତ୍ରୀ ଶ୍ରୀମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଦିବଂଗତ ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଛନ୍ତି । ସମ୍ପୃକ୍ତ ଘଟଣାର ଉପଯୁକ୍ତ ତଦନ୍ତ କରି ସମସ୍ତ ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ଦିବଂଗତ ଛାତ୍ରୀଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି।

Comments are closed, but trackbacks and pingbacks are open.