ନୂଆପଡ଼ା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

63

ନୂଆପଡ଼ା:ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆପଡ଼ା ପାଇଁ ୧୧୦୧ କୋଟି ଟଙ୍କାର ଭେଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂଆପଡ଼ା ଜିଲ୍ଲାର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ।ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ସ୍ବତନ୍ତ୍ର ବିମାନରେ ଆସି ଖରିଆରରୋଡ ଗୋତମାସ୍ଥିତ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ l ସେଠୁ ସଡ଼କ ପଥରେ ନୂଆପଡ଼ା ଆସି ମିନି ଷ୍ଟାଡିୟମଠାରେ ଆୟୋଜିତ ସଭାରେ ସାମିଲ ହୋଇଛନ୍ତି। ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ମନ୍ତ୍ରୀଙ୍କ ସହିତ ନିର୍ବାଚିତ ଜନପ୍ରତିନିଧି ସାମିଲ ହୋଇଛନ୍ତି।

Comments are closed, but trackbacks and pingbacks are open.