ମେଗା ଓମଫେଡ୍ ଡାଏରୀ ପ୍ଲାଣ୍ଟର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ : ମିଠା ଦହି ଖାଇ କହିଲେ ‘ଏକ୍ସଲେଣ୍ଟ’

18

କଟକ ଅରିଲୋ ଠାରେ ଅତ୍ୟାଧୁନିକ ଓମଫେଡ଼ ଡ଼ାଏରୀ ପ୍ଲାଂଟ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ।୨୬୩କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ଏହି ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟରୁ ଦୈନିକ ୫ଲକ୍ଷ ଲିଟର ଦୁଗ୍ଧ ଓ ୨ଲକ୍ଷ ଲିଟର ଗୁଣ୍ଡ ଦୁଗ୍ଧ ଉତ୍ପାଦନ ହେବ । ଏଥିରେ ନିଯୁକ୍ତି ବଢ଼ିବା ସହ ଉପକୃତ ହେବେ ୬ଲକ୍ଷ ଦୁଗ୍ଧ ଚାଷୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବ୍ୟାଟେରୀ ଚାଳିତ ଗାଡିରେ ପୂରା ପ୍ଲାଣ୍ଟ ବୁଲିବା ପରେ ମିଠା ଦହି ଖାଇଛନ୍ତି । ମିଠା ଦହିର ସ୍ବାଦକୁ `ଏକ୍ସଲେଣ୍ଟ’ କହି ପ୍ରଶଂସା କରିବା ସହ ଏହାକୁ ଅର୍ଡ଼ର କରିବେ ବୋଲି କହିଥିଲେ ।

ଡ଼ାଏରୀ ପ୍ଲାଣ୍ଟ ଲୋକାର୍ପିତ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓମଫେଡ଼ର ବିକାଶରେ ୩ଲକ୍ଷ ଚାଷୀଙ୍କର ଅବଦାନ ରହିଛି । ଏଥିରୁ ଉନ୍ନତମାନର ଲସି, ଘିଅ, ପନିର ଆଦି ଉତ୍ପାଦନ ହୋଇପାରିବ । ଏହାଦ୍ୱାରା ଦୁଗ୍ଧ ଚାଷୀଙ୍କ ରୋଜଗାର ବଢିବ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଚାଷୀଙ୍କ ରୋଜଗାର ବଢାଇବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ । ଡ଼ାଏରୀ ଫାର୍ମିଂ ୟୁନିଟ ପ୍ରୋସେସିଂ ପ୍ଲାଂଟ ପାଇଁ ସରକାର ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସବସିଡ଼ ଯୋଗାଇଦେଉଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଓମଫେଡର ଦୁଗ୍ଧ ସଂଗ୍ରହ କ୍ଷମତା ଦୈନିକ ୧୦ ଲକ୍ଷ ଲିଟରକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ ଯେ ଗତ ଦୁଇ ଦଶକରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ତିନିଗୁଣ ବୃଦ୍ଧି ପାଇଛି । ୨୦୦୦ ମସିହାରେ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ୮ଲକ୍ଷ ୭୫ ହଜାର ମେଟ୍ରିକ ଟନ୍‌ ଥିବାବେଳେ ୨୦୨୦ ରେ ଏହା ୨୩ ଲକ୍ଷ ୭୦ ହଜାର ମେଟ୍ରିକ ଟନ୍‌କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଓମଫେଡ୍‌ ଦ୍ୱାରା ଦୈନିକ ସଂଗୃହିତ ୫ ଲକ୍ଷ ଲିଟର ଦୁଗ୍ଧ ଓମଫେଡ୍‌ର ୪୦୫ଟି ଶୀତଳୀକରଣ କେନ୍ଦ୍ରରେ କରାଯାଉଛି ଏବଂ ୧୩ଟି ପ୍ଲାଣ୍ଟରେ ପ୍ରକ୍ରିୟାକରଣ କରାଯାଉଛି ।

Leave A Reply

Your email address will not be published.