ଭର୍ଚୁଆଲ ମୋଡରେ ଦେବଗଡ ଜିଲ୍ଲାପାଇଁ (ଵିଏସକେୱାଇ) ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

30

ଦେବଗଡ ଜିଲ୍ଲାରେ ୨ ଲକ୍ଷ ୭୦ ହଜାର ଲୋକ ପାଇବେ ସ୍ମାର୍ଟ କାର୍ଡ I ଆଜି ଦେବଗଡ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମୋଡରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି I
ଏହା ପୂର୍ବରୁ ରାଜ୍ୟର ପାଞ୍ଚଟି ଜିଲ୍ଲା – ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗୀର, ଗଜପତି ଏବଂ ପୁରୀରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦ ଲକ୍ଷ ଲୋକ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ପାଇଥିବା ବେଳେ, ୧୦,୬୫୭ ଜଣ ହିତାଧିକାରୀ ବିଭିନ୍ନ ଘରୋଇ ଡାକ୍ତରଖାନାରେ କୋଡ଼ିଏ କୋଟି ଟଙ୍କାର ସ୍ବାସ୍ଥ୍ୟ ସୁବିଧା ପାଇଲେଣି I ହିତାଧିକାରୀ ମାନେ ବିନା ଖର୍ଚ୍ଚରେ ଉନ୍ନତ ମାନ ର ସ୍ବାସ୍ଥ୍ୟ ସେବା ପାଇବା ପାଇଁ ରାଜ୍ୟ ସରକାର ଙ୍କ ତରଫରୁ ଏହା ଏକ ବଳିଷ୍ଠ ପଦକ୍ଷେପ ।ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦେବଗଡ ଜିଲ୍ଲାରେ ଆଜି ୭ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏଥିରେ ୫୭୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ଦିଆଯାଇଥିବା ବେଳେ ୧୩୬ କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ କରାଯାଇଛି । ଜିଲ୍ଲାରେ ଶିକ୍ଷାବିକାଶ କାର୍ଯ୍ୟ କ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ୮୭ ଟି ସରକାରୀ ହାଇସ୍କୁଲର ରୂପାନ୍ତର କରାଯିବ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତିନୋଟି ମେଗା ପାଇପ୍‌ ପାଣି ଯୋଜନା କାର୍ଯ୍ୟକାରୀ କରାଯାଇ ଜିଲ୍ଲାର ସମସ୍ତ ତିନୋଟି ବ୍ଲକକୁ ପାଇପ୍‌ ପାଣିର ସୁବିଧା ଯୋଗାଇ ଦେବା ପାଇଁ ପଦକ୍ଷେପ ନିଆଯାଇଛି । ମୁଖ୍ୟମନ୍ତ୍ରୀ ଦେବଗଡ ପୌରାଞ୍ଚଳ ପାଇଁ ମଧ୍ୟ ଏକ ପାନୀୟ ଜଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ରଖିଥିଲେ । ଏହା ସହିତ ଦେବଗଡରେ ଏକ ତିନିଶହ ଶଯ୍ୟା ବିଶିଷ୍ଟ ଆଧୁନିକ ହସ୍ପିଟାଲ ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ଭିତ୍ତି ପ୍ରସ୍ତର ରଖିଥିଲେ । ଏଥିପାଇଁ ୧୧୫ କୋଟି ଟଙ୍କା ବିନିଯୋଗ କରାଯିବ । ଏହାଦ୍ୱାରା ଦେବଗଡବାସୀ ଗୁଣାତ୍ମକ ମାନର ଚିକିତ୍ସା ସୁବିଧା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।


Leave A Reply

Your email address will not be published.