ଭୁବନେଶ୍ବର: ଆଜି ବରିଷ୍ଠ ବିଜେପି ନେତ୍ରୀ ତଥା କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ 67 ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ଆଜି ସକାଳେ ତାଙ୍କର ଦେହ ଗୁରୁତର ହେବାରୁ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ତାଙ୍କର ଭୁବନେଶ୍ବର ବାସଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶେଷ ଦର୍ଶନ କରିଛନ୍ତି। ତାଙ୍କ ମରଶରୀରେ ପୁଷ୍ପଗୁଚ୍ଛ ଦେଇ ଆତ୍ମାର ସଦଗତି କାମନା କରିଛନ୍ତି। ସେ କହିଛନ୍ତି ଯେ, ଆମ ଦଳର ବରିଷ୍ଠ ନେତ୍ରୀ ତଥା କୋରାଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କଲି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।
Comments are closed, but trackbacks and pingbacks are open.