ବଢୁଛି କରୋନା ଗ୍ରାଫ୍‌, ୨୪ ଘଣ୍ଟାରେ ୧୦୩ ଚିହ୍ନଟ

37

ଭୁବନେଶ୍ବର: ଗତକାଲି ତୁଳନାରେ କରୋନା ଗ୍ରାଫ୍‌ ସାମାନ୍ୟ ବୃଦ୍ଧିପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୦୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୫୮୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୫୩୧୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୬୭୯୨୩୯ ସାମ୍ପୁଲ ଟେଷ୍ଟ୍ ହୋଇଛି । ୨୦ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୦ ଜଣ, ସୁନ୍ଦରଗଡ଼ରୁ ୧୭ ଜଣ,ବାଲେଶ୍ବରରୁ ୧୧ ଜଣ, କଟକରୁ ୧୦ ଜଣ, ବରଗଡ଼,ନୂଆପଡ଼ା ଓ ପୁରୀ ଜିଲ୍ଲାରୁ ୬ ଜଣ ଲେଖାଁଏ, ମୟୂରଭଞ୍ଜ ,ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଁଏ, ଭଦ୍ରକ, ବଲାଙ୍ଗୀର, ଦେବଗଡ଼,ଗଞ୍ଜାମ, ଯାଜପୁର ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୪ ଜଣ ଆକ୍ରାନ୍ତ ରହିଛନ୍ତି।

Comments are closed, but trackbacks and pingbacks are open.