ଆୟତ ରେ କରୋନା :ଆଜି ରାଜ୍ୟରୁ ୧୪୩ ସଂକ୍ରମିତ ଚିହ୍ନଟ

21

ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇ ବର୍ତ୍ତମାନ ସ୍ଥିତି ଆୟତ୍ତ ରେ ରହିଛି I ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସଙ୍ଗରୋଧରୁ ୮୬ ଓ ସ୍ଥାନୀୟ ଅଞ୍ଚଳରୁ ୫୭ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୮ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ୨୦ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୪୦୪୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୩୫୮୭୪୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.