ଚିନ୍ତା ବଢ଼ାଇଲା କରୋନା :୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହେଲେ ୬୮୦ ସଂକ୍ରମିତ

9

ଗତ ଦୁଇ ମାସ ଧରି ରାଜ୍ୟରେ କରୋନା ସଂକ୍ରମଣ ଆଖିଦୃଶିଆ ହ୍ରାସ ପାଇ ୨୦୦ ତଳକୁ ସଂକ୍ରମିତ ଙ୍କ ସଂଖ୍ୟା ରହୁଥିଲା I ସେହି ଭିତରେ ରାଜ୍ୟରେ ଓମୀକ୍ରନ ଆକ୍ରାନ୍ତ ଙ୍କ ସଂଖ୍ୟା ଧୀରେଧୀରେ ଚିହ୍ନଟ ହେବା ଭିତରେ ପୁଣି ଥରେ କରୋନା କଡ଼ ଲେଉଟାଇଛି I ବର୍ତ୍ତମାନ ରାଜ୍ୟରେ ଓମୀକ୍ରନ ଆକ୍ରାନ୍ତ ଙ୍କ ସହିତ କରୋନା ସଂକ୍ରମଣ ଚିନ୍ତା ବଢ଼ାଇଲାଣି I ବର୍ତ୍ତମାନ ୩ ଦିନ ମଧ୍ୟରେ କରୋନା ଗ୍ରାଫ ଲଗାତାର ଉପରମୁହାଁ ହେବାରେ ଲାଗିଛି I ସେହି ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୬୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୬୬୬୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୮୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୯ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୩୪ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୫୯ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬୩ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪୨ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୯ଜଣ, ଷ୍ଟେଟ ପୁଲ୍‌ରୁ ୬୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୬୬୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୮୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୫୨୫୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୭୫୨୮୧୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.