ଭୁବନେଶ୍ୱର, ମଇ ୩: ୨୦୨୫ର ପଦ୍ମଶ୍ରୀ ବିଜେତା ପ୍ରଫେସର ଅଶୋକ କୁମାର ମହାପାତ୍ର ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି।
ଗତ ୨୮ ତାରିଖ ଦିନ ନୂଆଦିଲ୍ଲୀସ୍ଥ ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ଶ୍ରୀମତି ଦୌପଦୀ ମୁର୍ମୁ ପ୍ରଫେସର ମହାପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ।
ଭେଷଜ ବିଜ୍ଞାନ କ୍ଷେତ୍ରରେ ନିଜର ଅବଦାନ ନିମନ୍ତେ ପ୍ରଫେସର ମହାପାତ୍ରଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ଦେଶର ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ପ୍ରଫେସର ମହାପାତ୍ର ସୋଆର ପୂର୍ବତନ କୁଳପତି ଭାବେ ଦାୟିତ୍ୱ ତୁଲାଇ ସାରିଥିବା ବେଳେ ବର୍ତମାନ ବିଶ୍ୱବିଦ୍ୟାଳୟର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପଦବୀରେ ଅଧିଷ୍ଠିତ ଅଛନ୍ତି।
ନୂଆଦିଲ୍ଲୀ ସ୍ଥିତ ଏମ୍ସର ନ୍ୟୁରୋସର୍ଜରୀ ବିଭାଗର ମୁଖ୍ୟ ଭାବେ ଦାୟିତ୍ୱ ତୁଲାଇଥିବା ପ୍ରଫେସର ମହାପାତ୍ର ଭୁବନେଶ୍ୱର ଏମ୍ସର ମଧ୍ୟ ପ୍ରଥମ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇଥିଲେ। ବିଶ୍ୱର ଶ୍ରେଷ୍ଠ ୫ ଜଣ ନ୍ୟୁରୋସର୍ଜନଙ୍କ ମଧ୍ୟରେ ତାଙ୍କୁ ମାନ୍ୟତା ଦିଆଯାଇଛି।
ନୂଆଦିଲ୍ଲୀରୁ ଫେରିବା ପରେ ପ୍ରଫେସର ମହାପାତ୍ର ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ଭେଟି ବିଶ୍ୱବିଦ୍ୟାଳୟ ସମ୍ପର୍କରେ ବିଭିନ୍ନ ଆଲୋଚନା କରିଥିଲେ। ପ୍ରଫେସର ନାୟକ ତାଙ୍କୁ ଶୁଭେଚ୍ଛା ଜଣାଇ ଥିଲେ।
Comments are closed, but trackbacks and pingbacks are open.