ଗୋପାଳ ଘରେ କ୍ରାଇମବ୍ରାଞ୍ଚ

22

ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ନେଇ ଯେତିକି ଅଧିକ ଖୋଳତାଡ଼ ହେଉଛି, ସେତିକି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି। ତେବେ ବର୍ତ୍ତମାନ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସଙ୍କର କୋଇଲା ବେପାର ଲିଙ୍କ୍ ଆଜି ଧରାପଡ଼ିଯାଇଛି। ଅଧିକ ତଥ୍ଯ ପାଇଁ କ୍ରାଇମବ୍ରାଞ୍ଚର ଏକ ୪ ଜଣିଆ ଟିମ୍‌ ବ୍ରହ୍ମପୁରର ବୈଦ୍ୟନାଥପୁର ଥାନା ଆଙ୍କୁଲି ଶିଳ୍ପାଞ୍ଚଳସ୍ଥିତ ଗୋପାଳର ଘରକୁ ପହଞ୍ଚିଛନ୍ତି। ଗୋପାଳର ପତ୍ନୀ ଜୟନ୍ତୀ ଦାସ ଓ ପୁତୁରାକୁ କ୍ରାଇମବ୍ରାଞ୍ଚ ଟିମ୍‌ ପଚରାଉଚରା କରୁଛି।

କ୍ରାଇମବ୍ରାଞ୍ଚ ଟିମ୍‌ ପୂର୍ବରୁ ଗୋପାଳର ଭାଇଙ୍କୁ ପଚରାଉଚରା କରିଥିଲେ। ସୂଚନାଯୋଗ୍ୟ, ନବ ଦାସଙ୍କୁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସକୁ ୪ ଦିନିଆ ରିମାଣ୍ଡରେ ନେଇଛି। ଏହି ରିମାଣ୍ଡ ଅବଧି ଆଜି ସରିବ। କ୍ରାଇମବ୍ରାଞ୍ଚ ପୁଣି ତାଙ୍କୁ ରିମାଣ୍ଡରେ ନେବ କି ନାହିଁ ସ୍ପଷ୍ଟ ସୂଚନା ମିଳିପାରିନାହିଁ ।

କ୍ରାଇମବ୍ରାଞ୍ଚ ଗତ ୧ ତାରିଖରୁ ଗୋପାଳଙ୍କୁ ରିମାଣ୍ଡରେ ଆଣି ତନାଘନା କରୁଛି। ରିମାଣ୍ଡ ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଛି କ୍ରାଇମବ୍ରାଞ୍ଚ । ହେଲେ ଏଯାଏଁ ହତ୍ୟାର କାରଣ କ’ଣ ତାହା ଜଣାପଡ଼ିନାହିଁ। ଅଧିକ ତଦନ୍ତ ପାଇଁ ପୁଣି ଥରେ ଗୋପାଳ ଦାସଙ୍କୁ ରିମାଣ୍ଡରେ ଆଣିପାରେ କ୍ରାଇମବ୍ରାଞ୍ଚ । ସେହିପରି ଗୋପାଳ ଦାସଙ୍କୁ କ୍ରାଇମସ୍ପଟକୁ ନେଇ କ୍ରାଇମସିନ୍ ରିକ୍ରିଏସନ୍ କରିପାରେ କ୍ରାଇମବ୍ରାଞ୍ଚ। ଗୋପାଳଙ୍କ ଲିଙ୍କରେ ଯେଉଁମାନେ ରହିଛନ୍ତି ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉଛି।

Comments are closed, but trackbacks and pingbacks are open.