କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା: ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

29

ଭୁବନେଶ୍ବର: ଏସ ସି ବି ମେଡିକାଲ ଟ୍ରମା କେଆର୍ ଆଇସିୟୁ ରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣା ସମ୍ପର୍କ ରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି । ଏହି ଅଗ୍ନିକାଣ୍ଡ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବାସହ ଅନ୍ୟ ରୋଗୀ ମାନଙ୍କୁ ତୁରନ୍ତ ଉପଯୁକ୍ତ ସ୍ଥାନକୁ ସ୍ଥାନାନ୍ତରିତ କରି ଚିକିତ୍ସା ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହ ଅଗ୍ନିକାଣ୍ଡ ଯୋଗୁଁ ମୃତ୍ୟୁ ଘଟିଥିବା ପ୍ରତ୍ୟେକଙ୍କ ନିକଟତମ ଆତ୍ମୀୟ ଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି ରୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଚିକିତ୍ସିତ ହେଉଥିବା ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟ ମାନଙ୍କୁ ଭେଟି ଆଶ୍ଵାସନା ଦେଇଛନ୍ତି । ଆଇ ସି ୟୁ ରୁ ସ୍ଥାନାନ୍ତରିତ ହୋଇଥିବା ଅନ୍ୟ ରୋଗୀ ମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ବିଭାଗ ତଥା ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Comments are closed, but trackbacks and pingbacks are open.