ଘୂର୍ଣ୍ଣିବଳୟ ପ୍ରଭାବ: ୧ ତାରିଖ ଯାଏଁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

275

ଭୁବନେଶ୍ୱର: ରାଜ୍ୟରେ ଘୂର୍ଣ୍ଣିବଳୟ ପ୍ରଭାବରେ ପାଣିପାଗ ବିଗିଡ଼ିବାରେ ଲାଗିଛି। ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି, ଯାହା ସମୁଦ୍ର ପତ୍ତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଗୁରୁବାର ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ କୁଆପଥର ମାଡ଼ ହୋଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି। ବିଶେଷ କରି ଭୁବନେଶ୍ୱରରେ ହଠାତ୍ ଝଡ଼ତୋଫାନ ସହ ପ୍ରବଳ ବର୍ଷା ଓ କୁଆପଥର ମାଡ଼ ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୬ ଦିନ ଅର୍ଥାତ୍ ଏପ୍ରିଲ ୧ (ବୁଧବାର) ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ଝଡ଼ବର୍ଷା ଜାରି ରହିବ। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର ଏହି ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ଓ ପବନ ହେବାର ସମ୍ଭାବନା ଥିବାରୁ ବିଭାଗ ପକ୍ଷରୁ ‘ୟେଲୋ ଓ୍ୱାର୍ଣ୍ଣିଂ’ ଜାରି ହୋଇଛି।

Comments are closed, but trackbacks and pingbacks are open.