୭ରେ ଘୂର୍ଣ୍ଣିବଳୟ, ୪୮ ଘଣ୍ଟା ପରେ ଲଘୁଚାପ କ୍ଷେତ୍ର

37

ଭୁବନେଶ୍ଵର : ଆସନ୍ତା ୭ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇପାରେ। ଏନେଇ ଭୁବନେଶ୍ଵର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ସେପଟେ ଆସନ୍ତା ୮ ତାରିଖ ଯାଏଁ ରାଜ୍ୟରେ ବର୍ଷା ହୋଇପାରେ । କିଛି ସ୍ଥାନରେ ହାଲୁକା ତ’ ଆଉ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୋମବାର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ । ତେବେ ୮ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୫ରେ ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ନୟାଗଡ଼ ଜିଲ୍ଲାରେ ହାଲୁକା ବର୍ଷିପାରେ । ଗଞ୍ଜାମ, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ତାରିଖରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଭାରୀ ବର୍ଷା ହୋଇପାରେ । ୭ରେ ମଧ୍ୟ ଦକ୍ଷିଣ ଓଡିଶାର ଠାଏ ଠାଏ ସ୍ଥାନରେ ପ୍ରବଳ ବର୍ଷା ହେବ । ଗଜପତି, ଗଞ୍ଜାମ, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଅଧିକ ବର୍ଷିବ । ୮ରେ ଦକ୍ଷିଣ ଓଡ଼ିଶା ସମେତ ଉପକୂଳର କିଛି ସ୍ଥାନରେ ଅଧିକ ବର୍ଷିପାରେ ବୋଲି ପାଣିପାଗ ଆକଳନ କରିଛି ।

Comments are closed, but trackbacks and pingbacks are open.