ଓଡ଼ିଶାକୁ ବାତ୍ୟା ଭୟ! ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ

159

ଭୁବନେଶ୍ୱର: ଓଡ଼ିଶାକୁ ପୁଣି ବାତ୍ୟା ଭୟ। ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଆସନ୍ତା ୧୩ ତାରିଖ ସୁଦ୍ଧା ସ୍ଥିତି ସ୍ପଷ୍ଟ ହେବ। ବର୍ତ୍ତମାନ ଶ୍ରୀଲଙ୍କା ସଂଲଗ୍ନ ଗଲ୍ଫ ଅଫ୍ ମନାରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି, ଯାହା ଧୀରେ ଧୀରେ ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ। ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ, ସେ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। ପାଣିପାଗ ବିଶେଷଜ୍ଞଙ୍କ ଅନୁଯାୟୀ, ଏତେ ଶୀଘ୍ର ବାତ୍ୟା ସମ୍ପର୍କରେ ଆକଳନ କରିବା ସମ୍ଭବ ନୁହେଁ। ଆସନ୍ତା ୧୧ ତାରିଖ ବେଳକୁ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଯଦିଓ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି, ମାତ୍ର ଓଡ଼ିଶା ଉପରେ ଏହାର ପ୍ରଭାବ କେତେ ରହିବ, ତାହା ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି। ପାଣିପାଗ ବିଭାଗ ସ୍ଥିତି ଉପରେ ନଜର ରଖିଥିବା ବେଳେ ଆଗାମୀ ୨-୩ ଦିନ ମଧ୍ୟରେ ଚିତ୍ର ସ୍ପଷ୍ଟ ହେବ ବୋଲି କୁହାଯାଇଛି।

Comments are closed, but trackbacks and pingbacks are open.