ଡ୍ୟାନ୍ସ ବାର ସମ୍ପୂର୍ଣ୍ଣ ବନ୍ଦ ହେବ: ମନ୍ତ୍ରୀ

26

ଭୁବନେଶ୍ୱର: ମଦ ନିଶା । ଆଉ ନିଶା ସହ ମତୁଆଲା ହୋଇ ଯୁବତୀଙ୍କ ଠୁମକା ନାଚର ମଜା ଆଉ ମିଳିବନି । କାରଣ ରାଜ୍ୟରେ ଡ୍ୟାନ୍ସ ବାର ସମ୍ପୂର୍ଣ୍ଣ ବନ୍ଦ ହେବ । ଏହା କହିଛନ୍ତି ରାଜ୍ୟ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବିଧାନସଭାରେ ସେ ଏଭଳି କହିଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ ଓଡ଼ିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ । ସ୍କୁଲ, କଲେଜ ଓ ମନ୍ଦିର ପାଖରେ ମଦ ଦୋକାନ ରହିବନି । ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ଯଥେଷ୍ଟ ଦୂରରେ ମଦ ଦୋକାନ ରହିବ । ଚୋରା ମଦ କାରବାର ନେଟୱର୍କର ମୂଳୋତ୍ପାଟନ କରାଯିବ  ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି ।  ସେହିପରି ଚିକିଟି ମଦ ମୃତ୍ୟୁକୁ ନେଇ ସେ କହିଛନ୍ତି ଯେ ଗଞ୍ଜାମ ଜିଲ୍ଲାରେ ୫୦୦ ଲିଟର ପୋଚ ନଷ୍ଟ କରାଯାଇଛି ।  ୬ ଜଣଙ୍କୁ ଗିରଫ କରାଯାଇଥିବାବେଳେ ୨ ଜଣଙ୍କୁ ଅଟକ ରଖାଯାଇଛି । ୩ ଜଣ ଅବକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ମଦ ସାମ୍ପଲ ଓ ମୃତକଙ୍କ ଭିସେରା ଫୋରେନସିକ ଲ୍ୟାବକୁ ପଠାଯାଇଛି । ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି । 

Comments are closed, but trackbacks and pingbacks are open.