କମୁଛି ସଂକ୍ରମଣ : ରାଜ୍ୟରୁ ଆଉ ୭୮ କରୋନା ସଂକ୍ରମିତ ଚିହ୍ନଟ

15

ରାଜ୍ୟରେ କରୋନା ସଂକ୍ରମଣ କ୍ରମଶଃ ନିମ୍ନମୁଖୀ ହେଉଛି I ବର୍ତ୍ତମାନ ସଂକ୍ରମଣ ର ସ୍ଥିତି ଆୟତରେ ରହିଛି I ସେହିଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୭ ଓ ସ୍ଥାନୀୟ ଅଞ୍ଚଳରୁ ୩୧ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୦ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୭୭୨ରେ ପହଞ୍ଚିଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ରୁ ୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୭୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୬୭୮୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୯୬୪୬୦୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed, but trackbacks and pingbacks are open.