ନୂଆଦିଲ୍ଲୀ:ରାଜଧାନୀ ବାସୀଙ୍କ ଜନଜୀବନ ବର୍ଷାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି । ପ୍ରବଳ ବର୍ଷା କାରଣରୁ ଟ୍ରାଫିକ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଥିବା ବେଳେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିବା ଦେଖିବାକୁ ମିଳିଛି । ଇନ୍ଦିରାଗାନ୍ଧୀ ଏୟାରପୋର୍ଟରେ ୧ନଂ ଟର୍ମିନାଲରେ ପାଣି ଯୋଗୁଁ ବିମାନ ଚଳାଚଳ ପ୍ରଭାବିତ । ଲଗାଣ ବର୍ଷା କାରଣରୁ ମୋଟ ୨୫ଟି ବିମାନର ଗତିପଥକୁ ପରିବର୍ତ୍ତନ କରାଯାଇଥିବା ଜଣାପଡିଛି । ସେପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । କେରଳ ସମେତ କର୍ଣ୍ଣାଟକ, ତାମିଲନାଡୁ ଓ ମିଜୋରାମର କିଛି ଅଞ୍ଚଳକୁ ମଧ୍ୟ ଅଗ୍ରସର ହୋଇଛି ମୌସୁମୀ । ଚଳିତ ବର୍ଷ ୮ ଦିନ ପୂର୍ବରୁ ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳରେ ପ୍ରବେଶ କରିଛି ।
Comments are closed, but trackbacks and pingbacks are open.