ଉନ୍ନୟନ କମିଶନର ଭାବେ ଦାୟିତ୍ୱ ନେଲେ ଦେଓରଞ୍ଜନ ସିଂ

84

ଭୁବନେଶ୍ୱର:ନୂତନ ଉନ୍ନୟନ କମିସନର ଭାବେ ଦାୟିତ୍ବ ଗ୍ରହଣ କଲେ ଦେଓରଞ୍ଜନ କୁମାର ସିଂହ। ପୂର୍ବରୁ ଅନୁ ଗର୍ଗ ଉନ୍ନୟନ କମିସନର ଭାବେ କାର୍ଯ୍ୟ କରୁଥିଲେ। ସେ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବା ପରେ ସେହି ପଦବୀ ଖାଲିପଡ଼ିଥିଲା। ୧୯୯୩ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଦେଓରଞ୍ଜନ କୁମାର ସିଂହଙ୍କୁ ଉନ୍ନୟନ କମିସନର ଭାବେ ନିଯୁକ୍ତି ଦିଆଯାଇଥିଲା। ସେ ଯୋଜନା ଓ ସଂଯୋଜନ ବିଭାଗ ସହ ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ସମ୍ଭାଳିବେ।ଏହି ଅବସରରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି। ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଦିଗରେ କାର୍ଯ୍ୟ କରିବେ ବୋଲି ସେ କହିଛନ୍ତି।

Comments are closed, but trackbacks and pingbacks are open.