ସୃଷ୍ଟି ହେଲା ଲଘୁଚାପ

53

ଭୁବନେଶ୍ୱର: ବଙ୍ଗୋପସାଗରରେ ଳଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।  କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ  ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତିକରି କାଲି ସୁଦ୍ଧା ଏହା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତିକରିବ । ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।  ଅନ୍ୟପକ୍ଷରେ ଲଘୁଚାପ କ୍ଷେତ୍ର ପାଇଁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି ।  ମାଲକାନଗରି, କୋରାପୁଟ, ଗଜପତି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପାଇଁ ରାୟଗଡ଼ା, ଗଞ୍ଜାମ, ନବରଙ୍ଗୁପର ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ଆଉ ୧୧ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed, but trackbacks and pingbacks are open.