Transfer at IAS level, Usha Padhi in charge of 2 new departments

ଭୁବନେଶ୍ୱର : ରାଜ୍ୟ ସରକାର ଆଜି ଆଇଏଏସ୍‍ ଅଫିସର ସ୍ତରରେ ଛୋଟ ଅଦଳ ବଦଳ କରିଛନ୍ତି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲା ୧୯୯୬ ବ୍ୟାଚ୍‌ର ଆଇଏଏସ ଉଷା ପାଢ଼ୀଙ୍କୁ ନୂଆ ଦାୟିତ୍ବ ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ଏଥି ସହିତ ଦୁଇ ବରିଷ୍ଠ ଆଇଏଏସ୍‌ଙ୍କୁ ଅତିରିକ୍ତ ଦାୟିତ୍ବରୁ ଅବ୍ୟାହତି ମଧ୍ୟ ଦିଆଯାଇଛି।

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଆଇଏଏସ୍ ଉଷା ପାଢ଼ୀଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।ସେ ଅତିରିକ୍ତ ଭାବେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ମଧ୍ୟ ତୁଲାଇବେ। ତେବେ ପୂର୍ବରୁ ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କୁ ମିଳିଥିବା ଅତିରିକ୍ତ ଦାୟିତ୍ବ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବରୁ ଅବ୍ୟାହତି ଦିଆଯାଇଛି । କିନ୍ତୁ ସେ ଇପିକଲ୍ ଓ ଇଡକୋ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱରେ କାର୍ଯ୍ୟ ଜାରି ରଖିବେ ।

ଅନ୍ୟପଟେ ଆଇଏଏସ୍ ବିଷ୍ଣୁପଦ ସେଠୀ କେବଳ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ତୁଲାଇବେ। ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କୁ ମିଳିଥିବା ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ଦାୟିତ୍ବରୁ ତାଙ୍କୁ ଅବ୍ୟାହତି ଦିଆଯାଇଛି। ଆଇଏଏସ ଉଷା ପାଢ଼ୀଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି ।