ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ

20

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ପରିସରରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କର ୧୨୩ତମ ଜୟନ୍ତୀ ପାଳିତ ହୋଇଯାଇଛି । ବାଚସ୍ପତି ବିକ୍ରମ କେଶରୀ ଆରୁଖ ନବଉତ୍କଳର ନିର୍ମାତା ଡ. ମହତାବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ଓଡ଼ିଶା ମାଟିର ଏହି ସୁଯୋଗ୍ୟ ସନ୍ତାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଜ୍ଞାନ ଓ କାରିଗରୀ, ସରକାରୀ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ଭୁବନେଶ୍ୱର (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା, ବରିଷ୍ଠ ବିଧାୟକ ପ୍ରଫୁଲ୍ଲ ସାମଲ, ବିଧାନସଭା ସଚିବ ଦାଶରଥୀ ଶତପଥୀ ଏବଂ ବିଧାନସଭାର ଅନ୍ୟ ବରିଷ୍ଠ ଅଧିକାରୀମାନେ ଡ. ମହତାବଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ ଶିବପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ କେନ୍ଦ୍ର ପକ୍ଷରୁ ଡ. ମହତାବଙ୍କ ଜୀବନୀ ଆଧାରିତ ସଂଗୀତ ପରିବେଷଣ କରାଯାଇଥିଲା ।

Comments are closed, but trackbacks and pingbacks are open.