ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଜଧାନୀରେ ଛୁଟି ଘୋଷଣା ,ଅପରାହ୍ନ ୧ ଟା ରୁ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ

38

ଭୁବନେଶ୍ୱର: ଆସନ୍ତାକାଲି ଗୁରୁବାର ଦିନ ୨ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ I ଆସନ୍ତା କାଲି ଦିନ ୧୨ଟା ସମୟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି I ଏହାପରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ ପୁରୀ ଗସ୍ତରେ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମ୍ମାନରେ ରାଜ୍ୟ ସରକାର ସମଗ୍ର ଭୁବନେଶ୍ୱର ମହାନଗର ନିଗମ ଅଂଚଳରେ ଅଧା ଦିନ ସରକାରୀ ଛୁଟି ଘୋଷଣା କରିଛନ୍ତି । କାଲି ଦିନ ଗୋଟାଏ ପରେ ରାଜଧାନୀରେ ବନ୍ଦ ରହିବ ସମସ୍ତ ସ୍କୁଲ କଲେଜ ସହିତ ସରକାରୀ ଅଫିସ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି ।

ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ମହାପ୍ରଭୁଙ୍କ ନୀତିକାନ୍ତି ଠିକ୍ ସମୟରେ ଶେଷ କରିବାକୁ ଆଜି ସେବାୟତମାନଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପୁରୀ ଜିଲ୍ଲାପାଳ ଆଲୋଚନା କରିଛନ୍ତି । ଏହାସହିତ ଆସନ୍ତାକାଲି ସକାଳ ସାଢ଼େ ୧୦ଟାରୁ ରାଷ୍ଟ୍ରପତିଙ୍କ ଗସ୍ତ ଶେଷ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିର ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ବନ୍ଦ ରହିବ । ଏଥିପାଇଁ ପୁରୀରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Comments are closed, but trackbacks and pingbacks are open.