ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ

166

ଭୁବନେଶ୍ୱର : ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ। ପୂର୍ବରୁ E10 ପେଟ୍ରୋଲ ବିକ୍ରି ହେଉଥିଲା । ପେଟ୍ରୋଲରେ ଅଧିକ ପରିମାଣର ଇଥାନଲ ମିଶାଗଲେ, ଧୀରେ ଧୀରେ ପେଟ୍ରୋଲ ନିର୍ଭରଶୀଳତା କମିଯିବ । ମଧ୍ୟପ୍ରାଚ୍ୟରୁ ତୈଳ ଆମଦାନୀ ବାବଦରେ ଶହ ଶହ କୋଟିର ଯେଉଁ କାରବାର କରୁଛି ଭାରତ, ସେଥିରେ ବଡ଼ ସଞ୍ଚୟ କରିପାରିବ। ସାଧାରଣତଃ ଆଖୁ, ମକା ଓ ଅନ୍ୟ ଶସ୍ୟର ଖଦଡ଼ାରୁ ଇଥାନଲ ପ୍ରସ୍ତୁତ ହେଉଥିବାରୁ ଏହାର ଅଧିକ ଉତ୍ପାଦନ କୃଷି ଅର୍ଥନୀତିରେ ଅଭିବୃଦ୍ଧି ମଧ୍ୟ ଆଣିବ। ଏନେଇ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରାଳୟ ପକ୍ଷରୁ ନିୟମ ବାଧ୍ୟତାମୂଳକ କରାଯାଇଛି। ପେଟ୍ରୋଲରେ ୨୦ ପ୍ରତିଶତ ଇଥାନଲ ମିଶ୍ରଣ କରି ବିକ୍ରି କରିବାର ଲକ୍ଷ୍ୟ ହେଲା ଅଶୋଧିତ ପେଟ୍ରୋଲ ଆମଦାନୀ ହ୍ରାସ କରିବା । ତେବେ E 20 ପେଟ୍ରୋଲ ଯୋଗୁ ଇଞ୍ଜିନର ଦକ୍ଷତା ବଢ଼ିବା ସହ ମାଇଲେଜ୍ ମଧ୍ୟ ବଢ଼ିବ। ଯାହା ଦ୍ୱାରା ବାୟୁ ପ୍ରଦୂଷଣ ମଧ୍ୟ କମିବ । 

Comments are closed, but trackbacks and pingbacks are open.