ପ୍ରତ୍ୟେକ ଗାଡ଼ିରେ ଲାଗିବ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ ନମ୍ବର ପ୍ଲେଟ୍

24

ଏଣିକି ରାଜ୍ୟରେ ସମସ୍ତ ପୁରୁଣା ଗାଡ଼ିରେ ଲାଗିବ ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ ନମ୍ବର ପ୍ଲେଟ୍ I ଏ ନେଇ ରାଜ୍ୟ ପରିବହନ ନିର୍ଦେଶାଳୟ ନୂଆ ନିର୍ଦେଶ ଜାରି କରାଯାଇଛି I ଏହା ବାଡ଼ ଆସନ୍ତା ୩ମାସ ସୁଦ୍ଧା ପୁରୁଣା ଗାଡ଼ିରେ ଏହି ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ନଲଗାଇଲେ ୫ହଜାରରୁ ୧୦ହଜାର ଟଙ୍କା ପର୍ଯ୍ୟନ୍ତ ଜୋରିମାନା ଦେବାକୁ ପଡ଼ିବ ମଧ୍ୟ କୁହା ଯାଇଛି । ନୂଆ ଗାଡ଼ିରେ ଏହି ରେଜିଷ୍ଟ୍ରେସନ ପ୍ଲେଟ୍ ଲାଗୁଥିବା ବେଳେ ପୁରୁଣା ଗାଡ଼ିରେ ମଧ୍ୟ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଲାଗିବ । ଓଡ଼ିଶା ରାଜ୍ୟ ପରିବହନ ପ୍ରାଧିକରଣଙ୍କ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ସମସ୍ତ ପୁରୁଣା ଗାଡ଼ିର ମାଲିକମାନଙ୍କୁ ୩ମାସ ସମୟ ଦିଆଯାଇଛି ।

୨୦୧୯ ଏପ୍ରିଲ ପହିଲାରୁ ରାଜ୍ୟରେ ସମସ୍ତ ନୂଆ ଗାଡ଼ିରେ ଏହି ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ (ଏଚଏସଆରପି) ବାଧ୍ୟତାମୂଳକ ହୋଇଛି । ପରିବହନ ବିଭାଗ ପକ୍ଷରୁ ସବୁ ପୁରୁଣା ଗାଡ଼ିଗୁଡ଼ିକର ନମ୍ବର ପ୍ଲେଟ ପରିବର୍ତ୍ତନ ପାଇଁ ମଧ୍ୟ ଅବଧି ସ୍ଥିର ହୋଇଛି । ଏହି ପ୍ଲେଟ କେବଳ ଗାଡ଼ି ନିର୍ମାଣକାରୀ ସଂସ୍ଥା ଓ ଅଥରାଇଜଡ ଡିଲର ଲଗାଇ ପାରିବେ । ସେଥିପାଇଁ ଅନଲାଇନରେ ଦେୟ ଦେବାକୁ ପଡିବ । ଯେଉଁ ଗାଡ଼ିର ରେଜିଷ୍ଟ୍ରେସନ ସାର୍ଟିଫିକେଟ୍ ନଥିବ କିମ୍ବା ଫିଟନେସ ସାର୍ଟିଫିକେଟ ନଥିବ କିମ୍ବା ଟିକସ ବାକି ଥିବ, ସେମାନଙ୍କୁ ନୂଆ ନମ୍ବର ପ୍ଲେଟ୍ ମିଳିବ ନାହିଁ ।

ଯେଉଁମାନଙ୍କର ଗାଡ଼ିର ଶେଷ ନମ୍ବର ୧ କିମ୍ବା ୨ ରହିଥିବ, ସେମାନଙ୍କ ପାଇଁ ଅଗଷ୍ଟ ୩୧ ତାରିଖ ଯାଏଁ ସମୟ ଦିଆଯାଇଛି । ଗାଡ଼ିର ଶେଷ ନମ୍ବର ୩ କିମ୍ବା ୪ ଥିଲେ, ସେପ୍ଟେମ୍ବର ୩୦ ମଧ୍ୟରେ ନୂଆ ନମ୍ବର ଲଗାଇବାକୁ ବାଧ୍ୟ । ଗାଡ଼ିର ଶେଷ ନମ୍ବର ୫ କିମ୍ବା ୬ ଥିଲେ, ଅକ୍ଟୋବର ୩୧ ଓ ଗାଡ଼ିର ଶେଷ ନମ୍ବର ୭ କିମ୍ବା ୮ ଥିଲେ, ନଭେମ୍ବର ୩୦ ଏବଂ ଗାଡ଼ିର ଶେଷ ନମ୍ବର ୯ କିମ୍ବା ଶୂନ ଥିଲେ, ଡିସେମ୍ବର ୩୧ ତାରିଖ ହେଉଛି ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ପାଇଁ ଶେଷ ଦିନ । ଏହା ପରେ ୫ ହଜାରରୁ ୧୦ ହଜାର ପର୍ଯ୍ୟନ୍ତ ଜରିମାନା ଗଣିବାକୁ ପଡିବ ବୋଲି କହିଛନ୍ତି ରାଜ୍ୟ ପରିବହନ କର୍ତୃପକ୍ଷ ।

Comments are closed, but trackbacks and pingbacks are open.