ଭୁବନେଶ୍ଵର: ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ବହୁ କେନ୍ଦ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ଶିଳ୍ପ ପ୍ରତିନିଧି ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ପୂର୍ବ ଭାରତରେ ବେସାମରିକ ବିମାନ ଚଳାଚଳ କ୍ଷେତ୍ରରେ ରହିଥିବା ସୁଯୋଗ ଏବଂ ଆହ୍ୱାନଗୁଡ଼ିକ ବିଷୟରେ ସମ୍ମିଳନୀରେ ବିଚାରବିମର୍ଶ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ସମ୍ମିଳନୀକୁ ଉଦ୍ଘାଟନ କରିବେ। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ, ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହଲ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ।
Comments are closed, but trackbacks and pingbacks are open.