ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଆସି ଜୀବନ ହାରିଲେ ବୟସ୍କ ଶ୍ରଦ୍ଧାଳୁ

14

ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ବୟସ୍କ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଛି। ପ୍ରବଳ ଗହଳି ଯୋଗୁଁ ଅଣନିଶ୍ୱାସୀ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ସାଧାରଣରେ ଚର୍ଚ୍ଚା ହେଉଥିବା ବେଳେ, ପୁଲିସ କିନ୍ତୁ ଏହାକୁ ହୃଦଘାତ ଜନିତ ମୃତ୍ୟୁ ବୋଲି କହିଛି। ଖବର ଅନୁସାରେ, ମନ୍ଦିର ପରିସରରେ ଆଜି ଭକ୍ତଙ୍କର ପ୍ରବଳ ସମାଗମ ହୋଇଥିଲା। ଭିଡ଼ ଏତେ ଅଧିକ ଥିଲା ଯେ, ଦର୍ଶନ ସମୟରେ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଗହଳି ଭିତରେ ବୟସ୍କ ଶ୍ରଦ୍ଧାଳୁ ନୀଳକଣ୍ଠ ହଠାତ୍ ଅସୁସ୍ଥ ହୋଇ ତଳେ ପଡ଼ିଯାଇଥିଲେ। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Comments are closed, but trackbacks and pingbacks are open.