ରାଜ୍ୟରୁ ଚିହ୍ନଟ ହେଲେ ୧୧ କରୋନା ସଂକ୍ରମିତ ଚିହ୍ନଟ

24

ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଲଗାତାର ହ୍ରାସ ପାଇବାରେ ଲାଗିଛି । ସେହି ଅନୁସାରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି I ସଂକ୍ରମିତଙ୍କ ମାନଙ୍କ ମଧ୍ୟରେ ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ ରହିଛନ୍ତି ।ସେହିପରି ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହି ଥିବାବେଳେ ୧୮ ବର୍ଷରୁ କମ୍‌ ବୟସର ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୭୦୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୧୪୧୯୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Comments are closed, but trackbacks and pingbacks are open.