ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

106

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଟ୍ବିଟ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ମନ୍ତ୍ରୀ ଓ ବିଧାୟକ ଭାବେ ସେ ରାଜ୍ୟର ଓ ବାଲେଶ୍ଵର ଅଞ୍ଚଳର ବିକାଶ ପାଇଁ ନିଜର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି । ତାଙ୍କ ବିୟୋଗ ଯୋଗୁଁ ରାଜ୍ୟ ଜଣେ ଅମାୟିକ ଜନ ସେବକଙ୍କୁ ହରାଇଲା । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି । ଆଜି ଭୋର ୩ଟା ୩୦ ମିନିଟରରେ ଭୁବନେଶ୍ବର ସ୍ଥିତ ବାସଭବନରେ ଅନନ୍ତ ଦାସଙ୍କ ନିଧନ ହୋଇଛି । ମୃତ୍ଯୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ଯଜନିତ ରୋଗରେ ପିଡୀତ ହୋଇ ଭୁବନେଶ୍ବରର ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ । ଭୋଗରାଇ ବ୍ଲକ ବାଲିମ ପଞ୍ଚାୟତର କୁରୁଠିଆ ଗାଁରେ ୧୯୪୦ ମସିହା ଅଗଷ୍ଟ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ଭୋଗରାଇ ବିଧାନସଭା ଆସନରୁ ଲଗାତାର ଭାବେ ୪ଥର ବିଜେଡିରୁ ବିଧାୟକ ହୋଇଥିଲେ । ପାଠ ପଢା ଶେଷ ହେବା ପରେ ଭଦ୍ରକରେ ଏଡିଏମ୍ ଭାବରେ କାର୍ଯ୍ଯ କରି ଅବସର ଗ୍ରହଣ କରିବା ପରେ ରାଜନିତୀରେ ପ୍ରବେଶ କରିଥିଲେ । ୨୦୦୪ ମସିହାରେ ବିଜେଡି ଟିକେଟରେ ନିର୍ବାଚନ ଲଢି ବିଜୟ ଲାଭ କରିବା ପରେ ଲଗାତାର ୪ ଥର ବିଧାୟକ ହୋଇଥିଲେ ।

Comments are closed, but trackbacks and pingbacks are open.