ଚିଲିକା ବିଧାୟକଙ୍କ ବିରୋଧରେ ବିସ୍ପୋରକ ମନ୍ତବ୍ୟଦେଲେ ପୂର୍ବତନ ବିଧାୟକ

21

ଭୁବନେଶ୍ବର: ଆଜି ଚିଲିକାର ପୂର୍ବତନ ବିଧାୟକ ରଘୁନାଥ ସାହୁ ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ଦେଇଛନ୍ତି ବିସ୍ପୋରକ ମନ୍ତବ୍ୟ । ବାଲୁଗାଁରେ ଥିବା ବିଜେଡି କାର୍ଯ୍ୟାଳୟରେ ରଘୁନାଥ ଏକ ସାମ୍ବାଦିକ ସମ୍ମିଳନୀ କରି ପ୍ରଶାନ୍ତଙ୍କ ବିରୋଧରେ ଗର୍ଜନ କରିଛନ୍ତି । ଯାହାକୁ ନେଇ ବର୍ତ୍ତମାନ ରାଜ୍ୟ ରାଜନୀତିରେ କମ୍ପନ ସୃଷ୍ଟି ହୋଇଛି । ସାମ୍ବାଦିକ ସମ୍ମିଳନୀରେ ରଘୁନାଥ ସିଧାସଳଖ ପ୍ରଶାନ୍ତ ଜଗଦେବଙ୍କୁ ଏକ ଦୁର୍ନୀତିଗ୍ରସ୍ତ ବିଧାୟକ ବୋଲି କହିଛନ୍ତି । ସେ କହିଛନ୍ତି ଯେ, ବିଧାୟକ ପାଞ୍ଚ ପ୍ରତିଶତ ପିସି ନନେଲେ କୌଣସି କାମ କାହାକୁ ଦେଉନାହାନ୍ତି । ତାଙ୍କର ଗତ ଚାରିବର୍ଷରେ ଚିଲିକା ପୁରା ଦୁର୍ନୀତିରେ ବୁଡ଼ିଗଲାଣି । ସେ ଏବଂ ତାଙ୍କ ସହଯୋଗୀମାନେ ଚିଲିକା ନିର୍ବାଚନମଣ୍ଡଳୀକୁ ଲୁଟିବାରେ ଲାଗିଛନ୍ତି ବୋଲି କହିଛନ୍ତି । ସେ ସିଧା ଖୋର୍ଦ୍ଧା ଜିଲ୍ଲା ପରିଷଦର ଉପାଧ୍ୟକ୍ଷ ଗୋପୀନାଥ ମହାରଣାଙ୍କ ନାମ ନେଇଛନ୍ତି । ସେ ତାଙ୍କର ପରିବାର ସଦସ୍ୟଙ୍କ ନାମରେ କୋଟି କୋଟି ଟଙ୍କାର କାମ ନେଇଛନ୍ତି । ସେହିପରି ମାନସ ପ୍ରଧାନ ମଧ୍ୟ କୋଟିକୋଟି ଟଙ୍କାର କାମ ନେଇଛନ୍ତି । ବିଧାୟକଙ୍କ ସହିତ ସମସ୍ତେ ମିଶି ଚିଲିକା ନିର୍ବାଚନ ମଣ୍ଡଳିକୁ ଲୁଟିବାରେ ଲାଗିଛନ୍ତି । ଏହି ଖବର ନବୀନ ନିବାସରେ ପହଁଚିଛି ବୋଲି ରଘୁନାଥ କହିଛନ୍ତି ।ରଘୁନାଥ ଏହି ସାମ୍ବାଦିକ ସମ୍ମିଳନୀରେ ଏହା ମଧ୍ୟ ସୂଚାଇ ଦେଇଛନ୍ତି ଯେ, ଯଦି ନବୀନ ପଟ୍ଟନାୟକ ଏହି ଦୁର୍ନିତିକୁ ନ ରୋକିବେ ତେବେ ତାହାର ପରିଣାମ ଭୋଗୀବେ । ଆସନ୍ତା ନିର୍ବାଚନରେ ବିଜୁ ଜନତା ଦଳ ଚିଲିକାର ଜିତିବା କଷ୍ଟକର ହୋଇଯିବ ବୋଲି ରଘୁନାଥ କହିଛନ୍ତି । ଏ ନେଇ ସେ ବିଜେଡି ଦଳ ଚିଲିକାର ଦୁର୍ନିତି ଉପରେ ସମୀକ୍ଷା କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ସେ କହିଛନ୍ତି ।ତେବେ ଏହାକୁ ନେଇ ଚିଲିକା ରାଜନୀତି ନୁହେଁ ରାଜ୍ୟ ରାଜନୀତିରେ ମଧ୍ୟ କମ୍ପନ ସୃଷ୍ଟି ହୋଇଛି । ହଠାତ ରଘୁନାଥଙ୍କ ଜୟ ବିଜେଡି କହି ସାମ୍ବାଦିକ ସମ୍ମିଳନୀ କରିବା ନେଇ ଅନେକ ସନ୍ଦେହ କରିଛନ୍ତି । ତେବେ ଉଭୟ ରଘୁ ସାହୁ ଏବଂ ପ୍ରଶାନ୍ତ ଜଗଦେବଙ୍କ ମଧ୍ୟରେ ବହୁ ଦିନ ଧରି ଛକାପଞ୍ଚା ଚାଲିଛି । ତେବେ ଆଜିର ସାମ୍ବାଦିକ ସମ୍ମିଳନୀ ଉପରେ ବିଧାୟକ ପ୍ରଶାନ୍ତ ଜଗଦେବ ଏବଂ ଅନ୍ୟମାନଙ୍କର ପ୍ରତିକ୍ରିୟା ମିଳିପାରି ନାହିଁ ।

Comments are closed, but trackbacks and pingbacks are open.