ପୂର୍ବତନ ବାଚସ୍ପତି ସୂର୍ଯ୍ୟ ପାତ୍ରଙ୍କ ପରଲୋକ

1,254

ବ୍ରହ୍ମପୁର : ଆଉ ନାହାନ୍ତି ପୂର୍ବତନ ବାଚସ୍ପତି ସୂର୍ଯ୍ୟ ପାତ୍ର I ୭୫ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେସେ ପରଲୋକ ଗମନ କରିଛନ୍ତି । ଆଜି ସନ୍ଧ୍ୟା ୭ଟା ୩୧ରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ କାର୍ଯ୍ୟ ତୁଲାଇଛନ୍ତି । ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ବିଭାଗରେ ମନ୍ତ୍ରୀଭାବେ କାର୍ଯ୍ୟ ମଧ୍ୟ କରିଛନ୍ତି ସୂର୍ଯ୍ୟ ପାତ୍ର ।

ବିଜେଡିର ବରିଷ୍ଠ ନେତା ସୂର୍ଯ୍ୟ ନାରାୟଣ ପାତ୍ର ଗଞ୍ଜାମ ଦିଗପହଣ୍ଡି ବିଧାନସଭା କ୍ଷେତ୍ରରୁ ପ୍ରତିନିଧିତ୍ୱ କରି ୭ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି । ୧୯୯୦ ମସିହାରୁ ଆଜି ପର୍ଯ୍ୟନ୍ତ ସେ ବିଧାନସଭାର ସଦସ୍ୟ ଥିଲେ । ୧୯୯୦ ମସିହାରେ ସେ ମୋହନାରୁ ପ୍ରଥମ ଥର ପାଇଁ ନିର୍ବାଚିତ ହେଇ ବିଧାୟକ ହେଇଥିଲେ । ମୋହନାରୁ ୪ ଥର ଏବଂ ଦିଗପହଣ୍ଡିରୁ ୩ ଥର ସେ ବିଧାୟକ ଭାବେ ନିର୍ବାଚିତ ହେଇଥିଲେ । ଏହା ସହ ସେ ବିଭିନ୍ନ ବିଭାଗରେ ମନ୍ତ୍ରୀ ଭାବେ କାର୍ଯ୍ୟକରି ଦକ୍ଷତା ପ୍ରତିପାଦନ କରିଛନ୍ତି ।

୨୦୧୯ ନିର୍ବାଚନରେ ଜିତିବା ପରେ ତାଙ୍କୁ ବାଚସ୍ପତି କରାଯାଇଥିଲା । ୨୦୨୨ ଜୁନ ମାସରେ ସାମ୍ବିଧାନିକ ପଦରୁ ସେ ଇସ୍ତଫା ଦେଇଥିଲେ ।

Comments are closed, but trackbacks and pingbacks are open.