ଅଗଷ୍ଟ ୧୫ ତାରିଖକୁ ଘୁଞ୍ଚିଲା ଇଗ୍ନୋର ନାମଲେଖା ଅବଧି

152

ଭୁବନେଶ୍ୱର: ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟରେ ଜୁଲାଇ-୨୦୨୫ ଶିକ୍ଷା ସେସନ ପାଇଁ ନାମ ଲେଖା ଏବଂ ପୁନଃ ପଞ୍ଜୀକରଣ ପ୍ରକ୍ରିୟା ଘୋଷଣା କରାଯାଇଛି। ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡ଼ିଥିବା କିମ୍ବା ଉଚ୍ଚ ଶିକ୍ଷା ପାଇବାରୁ ବଂଚିତ ହୋଇଥିବା କୌଣସି ବୟସର ବ୍ୟକ୍ତି ବିଶେଷଙ୍କ ପାଇଁ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗରେ ଅଣ୍ଡର ଗ୍ରାଜୁଏଟ (ସ୍ନାତକ), ପୋଷ୍ଟ ଗ୍ରାଜୁଏଟ (ସ୍ନାତକୋତ୍ତର), ପିଜି ଡିପ୍ଲୋମା (ସ୍ନାତକୋତ୍ତର ଡିପ୍ଲୋମା) ଏବଂ ସାର୍ଟିଫିକେଟ ପ୍ରୋଗ୍ରାମରେ ନାମ ଲେଖା ଏବଂ ପୁନଃ ପଞ୍ଜୀକରଣର ଶେଷ ତାରିଖ ଚଳିତ ଅଗଷ୍ଟ ମାସ ୧୫ ତାରିଖକୁ ବୃଦ୍ଧି କରାଯାଇଛି। ଅଣ୍ଡରଗ୍ରାଜୁଏଟ (ସ୍ନାତକ) ପ୍ରୋଗ୍ରାମ ଯଥା କଳା (ସାଧାରଣ), ବିଜ୍ଞାନ (ସାଧାରଣ), ବାଣିଜ୍ଯ (ସାଧାରଣ), ବିଭାଗରେ ନାମ ଲେଖାଇବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତିଆ ଆବେଦକଙ୍କ ପାଇଁ ନାମ ଲେଖା ଏବଂ ପୁନଃ ପଞ୍ଜୀକରଣ ଦେୟ ୫୦% ଛାଡ଼ କରାଯାଇଛି। ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ, ସେମାନେ ଇଗ୍ନୋର ପକ୍ଷରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେନାହିଁ।

Comments are closed, but trackbacks and pingbacks are open.