ମା’ ଓ ଝିଅକୁ ହତ୍ୟା କରିବା ପରେ ବାପାର ଆତ୍ମହତ୍ୟା

120

ଭୁବନେଶ୍ବର: ସ୍ତ୍ରୀ ଓ ଝିଅକୁ ଫାୟାରିଂ କରି ହତ୍ୟା କରିବା ପରେ ନିଜକୁ ଗୁଳି ଗଲେ ବ୍ୟକ୍ତି।  ଏପରି ଘଟଣା ଘଟିଛି ଝାରସୁଗୁଡ଼ା ଜିଲ୍ଲାର ଲଖନପୁର ବାଣୀପାହାଡ଼ ନିକଟରେ। ମୃତକ ହେଲେ ବାପା, ମାଆ ଓ ୧୨ ବର୍ଷୀୟ ଝିଅ ବୋଲି ଜଣାଯାଇଛି। ସେମାନଙ୍କ ଘର  ବ୍ରଜରାଜନଗର ଓରିଏଣ୍ଟ ଥାନା କାଳୀନଗର ଅଞ୍ଚଳର। ସମସ୍ତଙ୍କ ମୁଣ୍ଡରେ ଗୁଳି ବାଜିଛି।  ଆଜି ସକାଳେ ଖେଳପଡ଼ିଆ ଥିବା କାରରୁ ୩ ଜଣଙ୍କ ଗୁଳିବିନ୍ଧ ଉଦ୍ଧାର କରାଯାଇଥିଲା। କାର୍‌ ଭିତରେ ୩ ଜଣ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ କାର୍ ଡୋର୍ ଲକ୍ ଭାଙ୍ଗି ମୃତଦେହକୁ ‌ଉଦ୍ଧାର କରିଥିଲା। ବ୍ୟକ୍ତି ଜଣଙ୍କ ପ୍ରଥମେ ମା’ ଓ ଝିଅକୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୁଲିସ ଓ ସାଇଣ୍ଟିଫିକ୍‌ ଟିମ୍ ଘଟଣାର ତଦନ୍ତ କରୁଛନ୍ତି।  କାହିଁକି ବ୍ୟକ୍ତି ଜଣଙ୍କ ଏପରି କଲେ ତାର କାରଣ ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

Comments are closed, but trackbacks and pingbacks are open.