ଭିଜିଲାନ୍ସ ପଞ୍ଝାରେ ମହିଳା ଭିଜିଲାନ୍ସ ଅଧିକାରୀ
ଲାଞ୍ଚ ନେବାବେଳେ ଭିଜିଲାନ୍ସ ଦ୍ବାରା ଧରାପଡ଼ିଲେ ଭିଜିଲାନ୍ସ ଅଧିକାରୀ। ସମ୍ବଲପୁର ଭିଜିଲାନ୍ସ ଡିଭିଜନର ଇନ୍ସପେକ୍ଟର ମାନସୀ ଜେନା ଭିଜିଲାନ୍ସ ଅଧିକାରୀଙ୍କ ଦ୍ବାରା ଧରାପଡ଼ିଛନ୍ତି। ସମ୍ବଲପୁର ଭିଜିଲାନ୍ସ ଡିଭିଜନର ଇନ୍ସପେକ୍ଟର ମାନସୀ ଜେନା ଏକ କେସ କ୍ଲୋଜ ପାଇଁ ୧୦ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଛନ୍ତି। ଜଣେ ସରକାରୀ କର୍ମଚାରୀଙ୍କ ବିରୋଧରେ ଚାଲିଥିବା ଭିଜିଲାନ୍ସ ମାମଲାକୁ ବନ୍ଦ କରି ଦେବା ପାଇଁ ମାନସୀ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ବରଗଡ଼ର ମୁକେଶ ସାହୁ ନାମକ ଜଣେ ଯୁବକଙ୍କ ମାଧ୍ୟମରେ ସେ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଓଡ଼ିଶା ଭିଜିଲାନ୍ସର ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ ହାତରେ ସେ ଧରାପଡ଼ିଥିଲେ। ଇନ୍ସପେକ୍ଟର ମାନସୀ ଜେନାଙ୍କ ଠାରୁ ଲାଞ୍ଚ ଅର୍ଥ ଜବତ କରିବା ପରେ ଇଣ୍ଟରନାଲ ଭିଜିଲାନ୍ସ ୟୁନିଟ୍ ତାଙ୍କର ଅଫିସ୍ ଓ ବାସଭବନ ଆଦି ସ୍ଥାନରେ ଚଢ଼ାଉ କରିଛି। ଭିଜିଲାନ୍ସ ଅଧିକାରୀଙ୍କ ଦ୍ବାରା ଅଧିକ ତଥ୍ୟ ହାସଲ ପାଇଁ ଉଭୟ ମାନସୀ ଜେନା ଓ ମୁକେଶ ସାହୁ ରହୁଥିବା ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖାଯାଇଛି ବୋଲି ସୂଚନା ମିଳିଛି।
Comments are closed, but trackbacks and pingbacks are open.