ବିଜେଡ଼ିରେ ଯୋଗଦେଲେ ଫିଲ୍ମ ଅଭିନେତ୍ରୀ ସ୍ୱପ୍ନା ପତି

189

ଭୁବନେଶ୍ୱର: ବଲିଉଡ ତଥା ଓଡିଶାର ପ୍ରତିଷ୍ଠିତ ଫିଲ୍ମ ଅଭିନେତ୍ରୀ ଓ ମଡେଲ ସ୍ୱପ୍ନା ପତି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସ୍ୱପ୍ନା ପତିଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ସ୍ୱପ୍ନା ପତିଙ୍କ ଯୋଗଦାନ ଫଳରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ। ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ସ୍ୱପ୍ନା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି।

Leave A Reply

Your email address will not be published.