ଆଜି ରାଜ୍ୟରୁ ପୁଣି ୫ ଓମିକ୍ରନ ସଂକ୍ରମିତ ଚିହ୍ନଟ :୪ ଜଣ ପୁରୁଷ ଜଣେ ମହିଳା

0 29

କରୋନା ଭାଇରସ ର ନୂଆ ପ୍ରଜାତି ଓମିକ୍ରନ ଆକ୍ରାନ୍ତ ଙ୍କ ସଂଖ୍ୟା ରାଜ୍ୟରେ ଧୀରେ ଧୀରେ ବୃଦ୍ଧି ପାଉଛି I ଚିହ୍ନଟ ହେଉଥିବା ସଂକ୍ରମିତ ବ୍ୟକ୍ତି ସମସ୍ତେ ବିଦେଶୀ ଫେରନ୍ତା I ଗତକାଲି ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ଏକI ଥରକେ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଇ ତେବେ ଏହି ଆକ୍ରାନ୍ତଙ୍କ ବିଷୟରେ ସବିଶେଷ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର । ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରେ ୪ ଜଣ ପୁରୁଷ ଏବଂ ଜଣେ ମହିଳା । ୨୨ରୁ ୪୪ ବର୍ଷ ବୟସ ମଧ୍ୟରେ ସମସ୍ତଙ୍କ ବୟସ ।
ତେବେ ୪ ଜଣ କତାର, କଙ୍ଗୋ, ୟୁଏଇରୁ ଫେରିଥିବା ସୂଚନା । ଜଣେ ବ୍ୟକ୍ତିଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନାହିଁ । ବ୍ୟକ୍ତି ଜଣଙ୍କ ରାୟପୁର ଓ ହାଇଦ୍ରାବାଦକୁ ଯାଇଥିଲେ । ସମସ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ସରିଛି, ଜଣକର ପଜିଟିଭ ଆସିଛି । ଏବଂ ତାଙ୍କ ରିପୋର୍ଟକୁ ଜିନମ ସିକ୍ୱେନ୍ସିଂ ପାଇଁ ପଠାଯାଇଛି । ୨ ଜଣଙ୍କ କଣ୍ଟାକ୍ଟ ଟ୍ରେସିଂ ରିପୋର୍ଟ ନେଗେଟିଭ ରହିଛି । ଅନ୍ୟ ୨ ଜଣଙ୍କର କଣ୍ଟାକ୍ଟ ଟ୍ରେସିଂ ରିପୋର୍ଟ ଆସିନି ।
ଆଜି ରାଜ୍ୟରେ ଆଉ ୫ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୯ ଜଣ ଆକ୍ରାନ୍ତ ରାଜ୍ୟରେ ଚିହ୍ନଟ ହୋଇ ଚିକିତ୍ସିତ ହେଉଛନ୍ତି । ଗତ ଡିସେମ୍ବର ୨୧ ତାରିଖରେ ରାଜ୍ୟରେ ପ୍ରଥମ ଓମିକ୍ରନ ମାମଲା ସାମ୍ନାକୁ ଆସିଥିଲା । ପ୍ରଥମେ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ନାଇଜେରିଆ ଓ କତାର ଫେରନ୍ତା ଦୁଇ ବ୍ୟକ୍ତି ଓମିକ୍ରନରେ ଆକ୍ରାନ୍ତ ହୋଇଥିଲେ । ତେବେ ରାଜ୍ୟରେ ଚିହ୍ନଟ ହୋଇଥିବା ୧୪ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି I

Leave A Reply

Your email address will not be published.