ପରଲୋକ ରେ ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକ

17

ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ । ଶୁକ୍ରବାର ସକାଳ ୯ଟା ୩୦ମିନିଟ୍ ରେ ଭୁବନେଶ୍ବରରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ଝିଅ ଅନୀତା ଶୁଭଦର୍ଶିନୀ ସୂଚନା ଦେଇଛନ୍ତି ।
ସେ ଗଂଜାମ କୋଦଳା ନିର୍ବାଚନ ମଣ୍ଡଳୀରୁ ୪ଥର ନିର୍ବାଚିତ ହୋଇଥିଲେ । ଜନତା ପାର୍ଟି, ଜନତା ଦଳ ଓ ବିଜେଡ଼ି ଟିକେଟରେ ନିର୍ବାଚନ ଲଢ଼ି ସେ ଜିତିଥିଲେ । ଏକାଧିକ ବିଭାଗର ମନ୍ତ୍ରୀ ଭାବରେ ସେ ଦାୟିତ୍ୱ ତୁଲାଇଥିଲେ । ଅର୍ଥ, କୃଷି, ଗ୍ରାମ୍ୟ ଉନ୍ନୟନ୍ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ । ୨୦୦୦ରୁ ୨୦୦୨ ଯାଏଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଥମ ପାଳିରେ ଅର୍ଥମନ୍ତ୍ରୀ ରହିଥିଲେ ରାମକୃଷ୍ଣ । ଗଞ୍ଜାମ ଜିଲ୍ଲାର ସବୁଠାରୁ ପୁରୁଖା ଏବଂ ବରିଷ୍ଠ ରାଜନେତା ଭାବରେ ପରିଚିତ ଥିଲେ ରାମକୃଷ୍ଣ ।

Leave A Reply

Your email address will not be published.